କଟକ : କଟକରେ ସୁଟକେସ ସୋ ରୁମ ସହ କପଡା ଗୋଦାମରେ ନିଆଁ । ଦୋଳମୁଣ୍ଡାଇରେ ଥିବା ସୋ ରୁମ ସହ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ପ୍ରଥମ ଓ ଦ୍ୱିତୀୟ ମହଲରେ ଲାଗିଛି ନିଆଁ । ଘଟଣାସ୍ଥଳରେ ୫ଟି ଅଗ୍ନିଶମବାହିନୀ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ କିଛି କର୍ମଚାରୀ ସୋ’ ରୁମ୍ ଖୋଲିଥିଲେ । ଏହି ସମୟରେ ହଠାତ୍ ସୋ’ ରୁମ୍ ମଧ୍ୟରେ କିଛି ଶବ୍ଦ ହୋଇଥିଲା । ଆଉ ଏସି ପାଖରୁ ଧୂଆଁ ବାହାରିଥିଲା । ଦେଖୁ ଦେଖୁ ସୋ’ ରୁମ୍ ମଧ୍ୟରୁ ଧୁଆଁ ବ୍ୟାପିଥିଲା । ଯାହାପରେ କର୍ମଚାରୀମାନେ ତୁରନ୍ତ ବାହାରକୁ ଚାଲିଆସିଥିଲେ ଆଉ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀର ଦୁଇଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି । ହେଲେ ବର୍ତ୍ତମାନ ନିଆଁକୁ ଆୟତ୍ତ କରିପାରିନାହାନ୍ତି । ସ୍ଥାନୀୟ ଲୋକ ମଧ୍ୟ ନିଆଁ ଲିଭା କାର୍ୟ୍ୟରେ ସହଯୋଗ କରୁଛନ୍ତି ।
କଟକରେ ସୁଟକେସ ସୋ ରୁମ ସହ କପଡା ଗୋଦାମରେ ନିଆଁ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...