ମାଲକାନଗିିରି : ୩୧ ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସ ନିକଟରେ ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ନାରାୟଣପୁର ଜିଲ୍ଲା ଏସପିଙ୍କ ନିକଟରେ ୫ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।ଏମାନେ ସମସ୍ତେ ଦକ୍ଷିଣ ବସ୍ତର ମାଓ ସଙ୍ଗଠନରେ ସକ୍ରିୟ ସଦସ୍ୟ ଥିଲେ । ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ । ସରେଣ୍ଡର କରିଥିବା ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବେ ବୋଲି ଦାନ୍ତେୱାଡା ଏବଂ ନାରାୟଣପୁର ଏସପି କହିଛନ୍ତି ।
Views: 23