The Ultimate Managed Hosting Platform
ADVERTISEMENT

ପଞ୍ଚାୟତ ସ୍ତରରେ ଖାଲି ପଡିଥିବା ପଦ ପାଇଁ ହେବ ଉପନିର୍ବାଚନ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରାଥମିକ ପଦକ୍ଷେପ । ସେଥି ମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେବ । ସେହିଭଳି ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ହେବ । ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା ।ପରବର୍ତ୍ତୀ ପର୍ୟ୍ୟାୟରେ ସଂପୃକ୍ତ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଅପ୍ରେଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ଵାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରୀ ଭୋଟର ତାଲିକା ପ୍ରସ୍ତୁତ କରିବେ । ସେହିଭଳି ଅପ୍ରେଲ ୨୪ ତାରିଖରେ ସଂପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରୀ ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ । ଅପ୍ରେଲ ୩୦ ତାରିଖ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମଇ ୨ରୁ ୫ ତାରିଖ ମଧ୍ୟରେ ସଂପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ । ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମଇ ୯ ତାରିଖ ଦିନ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login