ଭୁବନେଶ୍ୱର : ନବୀନଙ୍କୁ ଚିଠି ଲେଖିଲେ ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସାଂଗଠନିକ ନିର୍ବାଚନ ପ୍ରକ୍ରିୟାବେଳେ ରାଜାଙ୍କ ଚିଠି ବିଷୟରେ ଚର୍ଚ୍ଚା ପାଲଟିଛି । ସଂଗଠନରେ ସରଂକ୍ଷଣ ନେଇ ନବୀନଙ୍କୁ ପ୍ରସ୍ତାବ ଦେଇଛନ୍ତି ରାଜା । ବିଜେଡି ସାମାଜିକ ନ୍ୟାୟ, ଧର୍ମ ନିରପେକ୍ଷତା, ଆଞ୍ଚଳିକ ସନ୍ତୁଳନକୁ ନେଇ ବଢୁ । ଏସସି, ଏସଟି , ମହିଳାଙ୍କୁ ସଂଖ୍ୟା ଅନୁପାତରେ ବିଜେଡିରେ ସ୍ଥାନ ମିଳୁ । କିଛି ଲୋକଙ୍କୁ ଦଳର ସଂଗଠନକୁ ହାଇଜ୍ୟାକ୍ କରିବାକୁ ଦିଆନଯାଉ । ସେ ଏହା ବି ସତର୍କ କରାଇ ଦେଇଛନ୍ତି, ୱକପ୍ ବିଲ୍ ବିବାଦ ଆମର ଧର୍ମ ନିରପେକ୍ଷତାରେ ପ୍ରଶ୍ନ ଚିହ୍ନ ଲଗାଇ ଦେଇଛି । ତେଣୁ ଧର୍ମନିରପେକ୍ଷ ଓ ସାମାଜିକ ନ୍ୟାୟ ଆଦର୍ଶକୁ ଉଜ୍ଜୀବିତ ରଖିବାକୁ ଉଚିତ ପଦକ୍ଷେପ ନିଆଯାଉ।
Views: 18