ଦାରିଙ୍ଗିବାଡି : ମହୁମାଛି ଆକ୍ରମଣରେ ୪୧ ଛାତ୍ରୀ ଆହତ । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବାଡ଼ାବାଙ୍ଗା ସେବାଶ୍ରମର ୪୧ ଅନ୍ତେବାସୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୩ ଛାତ୍ରୀ ଗୁରୁତର ସୂଚନା । ସମସ୍ତ ଆହତ ଛାତ୍ରୀ ଦାରିଙ୍ଗବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁଯାୟୀ ,କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ସେବାଶ୍ରମ ବିଦ୍ୟାଳୟର ୪୧ ଜଣ ଅନ୍ତେବାସୀ ପୂର୍ବାହ୍ନ ପ୍ରାୟରେ ଗାଧୋଇବା ସମୟରେ ବାଘୁଆ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ । ପ୍ରଧାନ ଶିକ୍ଷକ ଆହତ ଛାତ୍ରୀଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା କରାଇଛନ୍ତି । ପରେ ଛାତ୍ରୀଙ୍କୁ ନେଇ ବାଡାବାଙ୍ଗା ସେବାଶ୍ରମକୁ ଫେରିଥିବା ପ୍ରଧାନ ଶିକ୍ଷକ ସୂଚନା ଦେଇଛନ୍ତି । ଛାତ୍ରୀ ନିବାସ କୋଠାରେ ବାଘୁଆ ମହୁମାଛି ବସା ବାନ୍ଧିଥିବା ଦେଖାଯାଇଥିଲା । ହେଲେ ଏଥିପ୍ରତି କାହାର ଦୃଷ୍ଟି ନଥିବାରୁ ଆଜି କୌଣସି କାରଣରୁ ଗାଧୋଇବା ସମୟରେ ଛାତ୍ରୀ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ।
ମହୁମାଛି ଆକ୍ରମରେ ୪୧ ଛାତ୍ରୀ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











