ଭୁବନେଶ୍ୱର : ରାଜ୍ୟରେ ୧୯ ଯାଏଁ ଲାଗି ରହିବ କାଳବୈଶାଖୀ ବର୍ଷା । ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମାଝଡ଼ ସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଠାରୁ ସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞଳକୁ ବ୍ୟାପି ରହିଛି । ଆଗାମୀ ୩ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।
୧୯ ଯାଏଁ ଲାଗି ରହିବ କାଳବୈଶାଖୀ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











