The Ultimate Managed Hosting Platform
ADVERTISEMENT

୧୯ ଯାଏଁ ଲାଗି ରହିବ କାଳବୈଶାଖୀ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୧୯ ଯାଏଁ ଲାଗି ରହିବ କାଳବୈଶାଖୀ ବର୍ଷା । ପ୍ରବଳ ବର୍ଷା ନେଇ ୨ ଜିଲ୍ଲା ରାୟଗଡା ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।ଆସନ୍ତାକାଲି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ରୁ କିମି ବେଗରେ ପବନ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମାଝଡ଼ ସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଠାରୁ ସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞଳକୁ ବ୍ୟାପି ରହିଛି । ଆଗାମୀ ୩ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login