The Ultimate Managed Hosting Platform
ADVERTISEMENT

ରାଜ୍ୟରେ ପୂରଣ ହେବ ୨ ହଜାର ଟ୍ରାଫିକ ପଦବୀ , ସରକାରଙ୍କ ମଞ୍ଜୁରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବୀ ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍ରେ ୧୯୩୦ଟି ପଦବୀ ସୃଷ୍ଟି ହୋଇଛି । ରାଜ୍ୟ ସ୍ତରୀୟ ସେଟ-ଅପ୍ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି । ADGP/IGP ଗୋଟିଏ ପଦବୀ, DIG (ପୋଲିସ) ଗୋଟିଏ ପଦବୀ, SP ୨ ଟି ପଦବୀ, DSP ୪ ଟି, Inspector ୬ ଟି, SI ୮ ଟି, ASI ୮ ଟି, କନେଷ୍ଟବଳ ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବୀ ସୃଷ୍ଟି ହୋଇଛି । ସମୁଦାୟ ୭୦ଟି ପଦବୀ ସୃଷ୍ଟି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login