ଢେଙ୍କାନାଳ : ପଥରରେ ଛେଚିଲେ ଗୁଳି ମାରିଲେ ! ଗୁଳି ମାରିବା ପରେ ଗୋଡେଇ ଗୋଡେଇ ପଥରରେ ଛେଚିଲେ । ବିଳମ୍ବିତ ରାତିରେ ଢେଙ୍କାନାଳ କାରିଗର ସାହିରେ ହତ୍ୟାକାଣ୍ଡ । ମହେଶ୍ୱର ବେହେରା ଓରଫ ଟିଟନଙ୍କୁ ବୀଭତ୍ସ ହତ୍ୟା । ସୂଚନା ଅନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଫେରୁଥିବା ସମୟରେ କିଛି ଦୁବୃର୍ତ୍ତ ତାଙ୍କ ଉପରକୁ ଅଚାନକ ଗୁଳି ଚଳାଇଥିଲେ । ଟିଟନଙ୍କ ଗୋଡରେ ୨ ରାଉଣ୍ଡ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଖସି ପଡ଼ିଥିଲେ । ଘଟଣାଟି ତାଙ୍କ ଘରଠାରୁ ଅଳ୍ପ ଦୂରରେ ଘଟିଥିବାରୁ ଗୁଳି ଶବ୍ଦ ଶୁଣି ତାଙ୍କ ସ୍ତ୍ରୀ ବାହାରକୁ ଦୌଡି ଆସିଥିଲେ। ଟିଟନ ଜୀବନ ବିକଳରେ ସେଠାରୁ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଦୁବୃର୍ତ୍ତ ମାନେ ତାଙ୍କୁ ଅନ୍ୟ ଏକ ସ୍ଥାନରେ ପଥର ଛେଚି ହତ୍ୟା କରିଥିଲେ ଓ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ପରେ ତାଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଟାଉନ ଥାନା ପୋଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି । କାରଣ ଗୋଟିଏ ମାସ ପୂର୍ବରୁ ଟିଟନଙ୍କୁ ଆକ୍ରମଣ କରି ଦୁବୃର୍ତ୍ତ ମାନେ ତାଙ୍କ ହାତ ଭାଙ୍ଗିଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି ।
ପଥରରେ ଛେଚିଲେ, ଗୁଳି ମାରିଲେ !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











