ଭୁବନେଶ୍ୱର : ପୁଣିଥରେ ଉପରମୁହାଁ ହୋଇଛି ଦିନର ତାପମାତ୍ରା । ପଶ୍ଚିମ ଓଡ଼ିଶା ତତଲା ତାୱାରେ ଭାଜି ହେଉଥିବା ବେଳେ ଉପକୂଳ ଓଡ଼ିଶାରେ ବି ବଢ଼ିଛି ତାତି । ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରି ପାର୍ ହୋଇଛି । ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରି ରେକର୍ଡ ହୋଇଛି । ତେବେ ଗତକାଲି ୧୧ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା । ୪୩.୫ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ବଲାଙ୍ଗୀରର ତାପମାତ୍ରା ଥିଲା ୪୨.୪ ଡିଗ୍ରୀ । ଉଭୟ ଭୁବନେଶ୍ବର ଓ କଟକର ତାପମାତ୍ରା ୩୭ ଡିଗ୍ରୀ ଟପିଥିଲା । ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ୪ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିବ । ଏପରିକି ଦିନର ସର୍ବୋଚ୍ଚ ତାପମାତ୍ରାରେ ମଧ୍ୟ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ଆଜି କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଗାମୀ ୪ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...