The Ultimate Managed Hosting Platform
ADVERTISEMENT

ଆତଙ୍କୀ ହମଲା : ବିଶ୍ୱବ୍ୟାପୀ ନିନ୍ଦା

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାହେଲେ ଆମେରିକା ରାଷ୍ଟ୍ରପତି । ଆତଙ୍କୀ ହମଲା ହୃଦୟ ବିଦାରକ କହିଲେ ଡୋନାଲ୍ଡ ଟ୍ରମ୍ପ । ଗଭୀର ଶୋକ ପ୍ରକାଶ କଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଆତଙ୍କବାଦୀ ହମଲାରେ ମୁଁ ଗଭୀର ଦଃୁଖିତ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ନିରୀହଙ୍କ ଉପରେ ଆକ୍ରମଣରେ ମୁଁ ମର୍ମାହତ ବୋଲି କହିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ । ଜର୍ମାନ ଚାନସେଲର ଓଲଫ ସ୍କୋଲାଜ ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛି । ମୃତକଙ୍କ ଉଦ୍ଦେଶ୍ୟରେ ଗଭୀର ଶୋକ ପ୍ରକାଶ ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେହିପରି ବ୍ରିଟେନ ପ୍ରଧାନମନ୍ତ୍ରୀ କେର ଷ୍ଟର୍ମର ମଧ୍ୟ ଘୋର ନିନ୍ଦା କରିଛନ୍ତି । ଏପରି ଘଟଣାରେ ଭାରତ ସହ ବ୍ରିଟେନ ରହିଛି ବୋଲି ସେ କହିଛନ୍ତି । ସୂଚନା ଅନୁସାରେ ଗତକାଲି କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୨୭ ଜଣ ପର୍ୟ୍ୟଟକ ପ୍ରାଣ ହରାଇଛନ୍ତି । ଆକ୍ରମଣରେ ୨ ବିଦେଶୀ ପର୍ୟ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ରହିଛି । ମୃତକଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାର ଜଣେ ପର୍ୟ୍ୟଟକ ରହିଛନ୍ତି । ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାଁଓ ଅଞ୍ଚଳରେ ହୋଇଛି ଆତଙ୍କବାଦୀ ଆକ୍ରମଣ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login