The Ultimate Managed Hosting Platform
ADVERTISEMENT

ଦୁଷ୍କର୍ମ ପରେ ଶିଶୁ କନ୍ୟାକୁ ହତ୍ୟା !

Facebook
Twitter
LinkedIn

ଦିଗପହଣ୍ଡି : ନିର୍ମାଣଧୀନ ଘରୁ ୪ ବର୍ଷ ଶିଶୁକନ୍ୟାର ମୃତଦେହ ଉଦ୍ଧାର । ପାଟପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା । ଅଜା ଘରକୁ ଆସିଥିଲା , ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ଶିଶୁ କନ୍ୟାଟି ଗତକାଲି ଅପରାହ୍ନରୁ ନିଖୋଜ ହୋଇ ଯାଇଥିଲା । ପରିବାର ଲୋକେ ବହୁ ଖୋଜାଖୋଜି କଲେ ବି ପାଇନଥିଲେ । ଏହାପରେ ପୋଲିସକୁ ଖବର ଦିଆଯାଇଥିଲା । ଆଜି ଭୋରରୁ ଶିଶୁ କନ୍ୟାକୁ ପୋଲିସ ସହାୟତାରେ ପରିତ୍ୟକ୍ତ ଅବସ୍ଥାରେ ଉଦ୍ଧାର କରାଯିବା ପରେ ଆଡପଡ଼ା ମେଡିକାଲକୁ ନିଆଯାଇଥିଲା, ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ତେବେ ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ପୋଲିସ ପହଞ୍ଚି ଘଟଣା ସ୍ଥଳରୁ କିଛି ନମୁନା ସଂଗ୍ରହ କରିଥିବା ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login