କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ । ଗୃହ ବିଭାଗର ପରବର୍ତ୍ତୀ ନିର୍ଦ୍ଦେଶ ପରେ ପଦକ୍ଷେପ ଗ୍ରହଣ କରିବ ପୋଲିସ । ସେହିପରି ଭୁବନେଶ୍ବରରେ ମଧ୍ୟ ଜଣେ ପାକିସ୍ତାନୀ ମହିଳା ରହୁଥିବାର ସୂଚନା ମିଳିଛି । ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ଵରରେ ରହୁଛନ୍ତି ପାକିସ୍ତାନୀ ମହିଳା । ତେବେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଛି । ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ଲାଗି exit permit ପାଇଁ କମିଶନରେଟ ପୋଲିସ ନିକଟରେ ଆବେଦନ କରିଥିଲେ । କିନ୍ତୁ ତାଙ୍କ ଆବେଦନ ପଡ଼ି ରହିଥିଲା । ଏବେ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୋଲିସ ନୋଟିସ କରିଛି ।
କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୁଲିସ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











