ନୂଆଦିଲ୍ଲୀ : ପହଲଗାମରେ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ମୁଖ୍ୟ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀ ଆକ୍ରମଣାତ୍ମକ ଏବଂ ଉତ୍ତେଜନାମୂଳକ ବୟାନ ଦେଇ ପରିସ୍ଥିତିକୁ ଅଧିକ ଗମ୍ଭୀର କରିଛନ୍ତି। ଆକ୍ରମଣ ପରେ ଭାରତରୁ ପାକିସ୍ତାନକୁ ଯାଉଥିବା ସିନ୍ଧୁ ନଦୀ ଜଳକୁ ଭାରତ ସରକାର ବନ୍ଦ କରି ଦେଇଛନ୍ତି। ଏହା ପରେ ପ୍ରତିକ୍ରିୟାଶୀଳ ହୋଇଛି ପାକିସ୍ତାନ। ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, ବିଲାୱଲ ଭୁଟ୍ଟୋ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଭାରତକୁ ସିଧାସଳଖ ଧମକ ଦେଇଛନ୍ତି। ସେ କହିଛନ୍ତି, “ମୁଁ ସିନ୍ଧୁ ନଦୀ କୂଳରେ ଠିଆ ହୋଇ ଭାରତକୁ କହିବାକୁ ଚାହେଁ ଯେ, ସିନ୍ଧୁ ଆମର ଏବଂ ଏହା ଆମର ରହିବ। ଆମର ପାଣି ଏହି ନଦୀ ଦେଇ ପ୍ରବାହିତ ହେବ ନଚେତ୍ ସେମାନଙ୍କର ରକ୍ତ ଏଥିରେ ପ୍ରବାହିତ ହେବ।” ଏହି ବିବୃତି ଭାରତକୁ ଯୁଦ୍ଧ ପାଇଁ ଏକ ଖୋଲା ଚ୍ୟାଲେଞ୍ଜ ଭାବରେ ଦେଖାଯାଉଛି। ସେ ଆହୁରି ଦାବି କରିଛନ୍ତି ଯେ, “ଭାରତ ସିନ୍ଧୁ ଉପରେ ଆକ୍ରମଣ କରିଛି। ଭାରତର ଜନସଂଖ୍ୟା ଆମଠାରୁ ଅଧିକ ହୋଇପାରେ, କିନ୍ତୁ ପାକିସ୍ତାନର ଲୋକମାନେ ସାହସୀ। ଆମେ ସୀମାରେ ଏବଂ ପାକିସ୍ତାନରେ ମଧ୍ୟ ଲଢ଼ିବୁ। ଆମର ସ୍ୱର ଭାରତକୁ ଉଚିତ୍ ଜବାବ ଦେବ।
ପାକ ପୂର୍ବତନ ବୈଦେଶିକ ମନ୍ତ୍ରୀଙ୍କ ସିଧାସଳଖ ଧମକ, ପାଣି ନ ଦେଲେ ରକ୍ତ ବୋହିବ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











