ନୂଆଦିଲ୍ଲୀ : ମୋଦୀଙ୍କୁ ରାହୁଲ ଏବଂ ଖଡଗେଙ୍କ ଚିଠି । ଆତଙ୍କବାଦ ବିରୁଦ୍ଧରେ ମିଳିତ ଭାବରେ ଲଢିବାକୁ ମୋଦୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ । ଜମ୍ମୁ ଏବଂ କାଶ୍ମୀରର ପହଲଗାଓଁରେ ୨୨ ଏପ୍ରିଲରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଆକ୍ରମଣ ପରେ ଦେଶର ଲୋକ କ୍ରୋଧରେ ଜର୍ଜରିତ ହେଉଛନ୍ତି ଏବଂ ସେମାନଙ୍କୁ କଠୋର ଦଣ୍ଡ ଦେବାକୁ କେନ୍ଦ୍ର ନିକଟରେ ଦାବି କରୁଛନ୍ତି। ଏହି ସମୟରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସଂସଦର ସ୍ୱତନ୍ତ୍ର ଅଧିବେଶନ ଦାବି କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଛନ୍ତି । ସେ କହିଛନ୍ତି ଯେ, ଏହା ଏକତ୍ରିତ ହୋଇ ସାହସିକତାର ସହ ଆତଙ୍କବାଦୀଙ୍କ ବିରୁଦ୍ଧରେ ଲଢ଼ିବାର ସମୟ। କଂଗ୍ରେସ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ, ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଏବଂ ସାଂସଦ କପିଲ ସିବଲ ମଧ୍ୟ ପହଲଗାମ ଆକ୍ରମଣ ସମ୍ପର୍କରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଦାବି କରିଛନ୍ତି ।
ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଓ ଖଡଗେଙ୍କ ଚିଠି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











