ନୂଆଦିଲ୍ଲୀ :ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ଏବେ ଉଠୁଛି ପଡୁଛି । ରକ୍ତର ନଦୀ ବୁହାଇଥିବା ଆତଙ୍କବାଦଙ୍କୁ ଖୋଜି ଖୋଜି ମାରିବା ପାଇଁ ଭାରତ ଚେଷ୍ଟା କରୁଛି । ଏହାରି ଭିତରେ ପହଲଗାମ ବୈସରନ ଆତଙ୍କୀ ଆକ୍ରମଣର ମାଷ୍ଟରମାଇଣ୍ଡ ହାସିମ ମୁସାକୁ ନେଇ ବଡ଼ ଖବର । ଦକ୍ଷିଣ କଶ୍ମୀରର ଜଙ୍ଗଲରେ ଲୁଚି ରହିଥିବା ସୂଚନା ମିଳିଛି । ମୁସାକୁ ଧରିଲେ କିମ୍ବା ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା ପୁରସ୍କାର ରାଶି ରହିଛି । ପ୍ରଥମେ ପାକିସ୍ତାନ ସେନାର ସ୍ପେଶାଲ ଫୋର୍ସରେ ଥିଲା ପାରା କମାଣ୍ଡୋ ହାସିମ ମୁସା । ପରେ ପ୍ରତିବନ୍ଧିତ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବାର ସଦସ୍ୟ । ସମସ୍ତ ପ୍ରକାର ରଣକୌଶଳରେ ପାରଙ୍ଗମ ମୁସା । କଠୋର ତାଲିମ ଜରିଆରେ ନିଜକୁ ପ୍ରସ୍ତୁତ କରିଛି । ପ୍ଲାନିଂ, ଅସ୍ତ୍ର ଯୋଗାଣ, ଟାର୍ଗେଟ ସିଲେକ୍ସନଠୁ ନେଇ ସବୁକିଛି ଦେଖୁଥିଲା ହସିମ ମୁସା । ହସିମ ନାଁରେ ରହିଛି ୬୦ ଲକ୍ଷର ମୁଣ୍ଡ ଜାମିନ । ୧୫ କାଶ୍ମୀର ଓଭରଗ୍ରାଉଣ୍ଡ ୱାର୍କର୍ସ- ଓସିଜିଡବ୍ଲୁଙ୍କୁ ଜେରା ବେଳେ ହାସିମ ମୁସାର ପାକିସ୍ତାନ ସେନା ବ୍ୟାକଗ୍ରାଉଣ୍ଡ ସଂପର୍କରେ ତଥ୍ୟ ସାମ୍ନାକୁ ଆସିଛି । ଆତଙ୍କବାଦୀଙ୍କୁ ତାଲିମ ଏବଂ କିଟ୍ ଯୋଗାଉଥିବା ସଂସ୍ଥାର ଏକ ସଦସ୍ୟ ହେଉଛି ମୁସା । ତେଣୁ ପହଲଗାମ ଆତଙ୍କୀ ହମଲା ପଛରେ ପାକ୍ ଗୁଇନ୍ଦା ସଂସ୍ଥା ଆଇଏସଆଇର ଭୂମିକା ଥିବା ସନ୍ଦେହ କରାଯାଉଛି ।
ଭାରତରେ ଲୁଚିଛି ହାମିସ ମୁସା , ସୂଚନା ଦେଲେ ମିଳିବ ୨୦ ଲକ୍ଷ

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...