The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୦୮ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୩୫୩ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୪୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login