ଭୁବନେଶ୍ୱର : ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା । ଜ୍ୟୋର୍ତିମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରନନ୍ଦ ସରସ୍ୱତୀଙ୍କ ପ୍ରତିକ୍ରିୟା । ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ ନୁହେଁ । ପ୍ରଭୁ ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ । ଏକ ଧାମ କେବଳ ଗୋଟିଏ ସ୍ଥାନରେ ରହିପାରିବ । ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ବୋଲି କହିବା ଠିକ ନୁହେଁ । ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା ।୩୦ ତାରିଖ ଉଦ୍ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ ମାଲିକ ଖୋଲି ନେଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ ।
ଜଗନ୍ନାଥଙ୍କର କେବଳ ଗୋଟିଏ ଧାମ, ତାହା ପୁରୀ ; ବିବାଦର ପରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











