ନୂଆଦିଲ୍ଲୀ : ଡେଡଲାଇନ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରାଷ୍ଟ୍ରପତିଙ୍କ ୧୪ ପ୍ରଶ୍ନ । ତାମିଲନାଡୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟକୁ ପ୍ରଶ୍ନ । ରାଜ୍ୟପାଳଙ୍କୁ ବିଲ ପାଇଁ ଦିଆଯାଇଥିବା ସୀମା କେତେ ଯର୍ଥାଥ ? ରାଜ୍ୟପାଳଙ୍କ ଇଚ୍ଛାଧୀନ ବ୍ୟାପାର ଉପରେ କୋର୍ଟ ହସ୍ତ କ୍ଷେପ କରିପାରିବେ କି ? ରାଜ୍ୟପାଳ ମନ୍ତ୍ରିପରିଷଦର ଉପଦେଶ ମାନିବାକୁ ବାଧ୍ୟ କି ? ରାଷ୍ଟ୍ରପତି ଓ ରାଜ୍ୟପାଳ ନେଉଥିବା ନିଷ୍ପତ୍ତି ଯୁକ୍ତି ଯୁତ୍ତ ବୋଲି ପୂର୍ବରୁ ଦର୍ଶାଇବାକୁ ପଡିବ କି ? ରାଷ୍ଟ୍ରପତି ସର୍ବୋଚ୍ଚ ଅଦାଲତଙ୍କୁ ଚିଠି ଲେଖି ରାଜ୍ୟପାଳମାନଙ୍କୁ ବିଲକୁ ଅନୁମୋଦନ କରିବାକୁ ସମୟସୀମା ଲାଗୁ କରାଯାଇପାରିବ କି ବୋଲି ପ୍ରଶ୍ନ କରିଛନ୍ତି । ସମ୍ବିଧାନର ଧାର ୧୪୩ ଆଧାରରେ ରାଷ୍ଟ୍ରପତି ସୁପ୍ରିମକୋର୍ଟକୁ ପ୍ରଶ୍ନ କରିଛନ୍ତି । ଏହି ଧାରା ମାଧ୍ୟମରେ ରାଷ୍ଟପ୍ରତି କୌଣସି ଆଇନଗତ ସମସ୍ୟା ଉପରେ କୋର୍ଟଙ୍କ ସହ ପରାମର୍ଶ କରିପାରିବେ । ଧାରା ୨୦୦ ଅନୁଯାୟୀ ଏକ ବିଲ୍ ଉପସ୍ଥାପନ କରାଯିବା ସମୟରେ ରାଜ୍ୟପାଳ ତାଙ୍କ ପାଖରେ ଉପଲବ୍ଧ ସମସ୍ତ ବିକଳ୍ପ ବ୍ୟବହାର କରିବା ସମୟରେ ମନ୍ତ୍ରୀ ପରିଷଦ ଦ୍ୱାରା ପ୍ରଦାନ କରାଯାଇଥିବା ପରାମର୍ଶରେ କ’ଣ ରାଜ୍ୟପାଳ ଆବଦ୍ଧ ବୋଲି ରାଷ୍ଟ୍ରପତି ସୁପ୍ରିମକୋର୍ଟଙ୍କୁ ପଚାରିଛନ୍ତି । ରାଷ୍ଟ୍ରପତି ପରାରିଛନ୍ତି ଜଣେ ରାଜ୍ୟପାଳଙ୍କ ସାମ୍ବିଧାନିକ ବିବେଚନାର ପ୍ରୟୋଗ କୋର୍ଟରେ ବିଚାର ସାପେକ୍ଷ କି ? ସେ ସମ୍ବିଧାନର ଧାରା ୩୬୧ ଉଦ୍ଧୃତ କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ରାଷ୍ଟ୍ରପତି କିମ୍ବା ରାଜ୍ୟପାଳ ପଦବୀର କ୍ଷମତା ଏବଂ କର୍ତ୍ତବ୍ୟ ପାଳନ ପାଇଁ କୌଣସି କୋର୍ଟଙ୍କ ନିକଟରେ ଉତ୍ତରଦାୟୀ ହେବେ ନାହିଁ ।
ସୁପ୍ରିମକୋର୍ଟଙ୍କୁ ରାଷ୍ଟ୍ରପତିଙ୍କ ୧୪ ପ୍ରଶ୍ନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











