The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୮୩ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୪୦୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୮୩୧୨୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login