The Ultimate Managed Hosting Platform
ADVERTISEMENT

ନଦୀକୁ ଖସିଲା କାର, ୫ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ମୁମ୍ବାଇ : ମହାରାଷ୍ଟ୍ର ରତ୍ନଗିରି ଜିଲ୍ଲାରେ ବଡ ଦୁର୍ଘଟଣା ଘଟିଛି । ଶୁଖିଲା ନଦୀରେ କାର୍ ଖସିପଡି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଯଣାର ଯାଞ୍ଚ ଆରମ୍ଭ କରିଛି ।
ସୂଚନାନୁଯାୟୀ, ଦୁର୍ଘଟଣାଗ୍ରସ୍ତ କାରଟି ପାଲଘରରୁ ନାଲାସୋପାରା ସହରକୁ ଆସୁଥିବାବେଳେ ଏପରି ଅଘଟଣ ଘଟିଥିଲା । ସୋମବାର ଦିନ ସକାଳ ପ୍ରାୟ ୫.୪୫ ମିନିଟ୍ ପାଖାପାଖି ଏହି ଅଘଟଣ ଦେଖିବାକୁ ମିଳିଥିଲା । ପ୍ରଥମେ କାର୍ ଡିଭାଇଡର ସହ ଧକ୍କା ହୋଇଥିଲା । ଭାରସାମ୍ୟ ହରାଇ ପରେ ଶୁଖିଲା ନଦୀରେ କାରଟି ଖସିପଡିଥିଲା । ଫଳରେ ଘଟଣାସ୍ଥଳରେ ସେହି ଗାଡିରେ ଥିବା ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଥିଲା । ସେମାନଙ୍କ ମଧ୍ୟରେ ତିନି ଜଣ ମହିଳା ଥିବାବେଳେ ୨ଜଣ ପୁରୁଷ ଥିଲେ ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login