ମାଲକାନଗିରି ; ବଡ ଧରଣର ମାଓ ଏନକାଉଣ୍ଟର । ୩୦ରୁ ଉଦ୍ଧ୍ୱର୍ ମାଓବାଦୀ ସଫା । ଛତିଶଗଡ ଅବୁଝମାଡ ଜଙ୍ଗଲରେ ମାଓବାଦୀଙ୍କୁ ଏନକାଉଣ୍ଟର । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟର ବେଳେ ଜଣେ ସୁରକ୍ଷାକର୍ମୀ ସହିଦ ହୋଇଥିବା ସୂଚନା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଛତିଶଗଡ଼ ଅବୁଝମାଡ଼ ଜଙ୍ଗଲରେ ବଡ଼ ମାଓ ଦମନ ଅପରେସନ୍ । ସୁରକ୍ଷାବାହିନୀକୁ ବଡ଼ ସଫଳତା । ମାଓବାଦୀଙ୍କ ଠାରୁ ଏକାଧିକ ବନ୍ଧୁକ ସହିତ ବିସ୍ଫୋରକ ଜବତ ହୋଇଛି ।
ଶେଷ ସୂତ୍ରରୁ ଖବର ପାଇ ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀମାନେ ଚଢ଼ାଉ କରିଛନ୍ତି । ମାଓ କ୍ୟାମ୍ପକୁ ପୁରା ଆମ୍ବୁସ ବିଛାଇଥିଲେ ସୁରକ୍ଷାକର୍ମୀ । ଯବାନଙ୍କ ଗୁଳିରେ ୩୦ ମାଓବାଦୀ ନିପାତ ହୋଇଛନ୍ତି । ଏନକାଉଣ୍ଟରରେ ଟପ୍ ମାଓ ନେତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମାଓ ନେତା ବାସବରାଜ ନିହତ ହୋଇଥିବା ଖବର ମିଳିଛି । ସେଣ୍ଟ୍ରାଲ କମିଟିର ମୁଖ୍ୟ ଥିଲା ବାସବରାଜ । ତାଙ୍କ ଉପରେ ୧.୫୦ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା ।
ଏନକାଉଣ୍ଟର : ୩୦ ମାଓବାଦୀ ନିପାତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...