ଭୁବନେଶ୍ୱର : ଦୂର ହେଲା ମାତୃତ୍ୱ ଛୁଟି ଦ୍ୱନ୍ଦ ସମସ୍ୟା ୧୮୦ ଦିନ ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିର ହେଲା । ସମ୍ଭାବ୍ୟ ପ୍ରସବର ୩ ମାସ ପୂର୍ବରୁ ନେଇ ହେବ ଛୁଟି । ପ୍ରସବ ତାରିଖର ୬ ମାସ ମଧ୍ୟରେ ଛୁଟି ଅନୁମତି । ଏକକାଳୀନ ନିରବର୍ଚ୍ଚିନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇ ହେବ । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମାଦେନ କଲେ ମୁଖ୍ୟମନ୍ତ୍ରୀ । ହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି ।
ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି । ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି ।
Views: 143











