ଯାଜପୁର : ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ଆଜୀବନ ଜେଲ । ଆଜୀବନ କାରାଦଣ୍ଡ ଶୁଣାଇଲେ ଯାଜପୁର ଅତିରିକ୍ତ ପକ୍ସୋ କୋର୍ଟ । ୨୦୧୬ କୋରେଇ ଥାନା ଅଞ୍ଚଳ ମାମଲାରେ ରାୟ ଶୁଣାଇଲେ କୋର୍ଟ । ଯାଜପୁର ଜିଲ୍ଲା କୋରେଇ ଥାନା ଅଞ୍ଚଳର ୧୭ ବର୍ଷୀୟ ଗର୍ଭବତୀ ନାବାଳିକା ଝିଅକୁ ଅପହରଣ କରି ଦୁଷ୍କର୍ମ କରି ହତ୍ୟା କରିଥିଲା ଅଭିଯୁକ୍ତ ନବ କିଶୋର ମାଝୀ । ଏଥି ସହ ପ୍ରମାଣ ନଷ୍ଟ କରିବାକୁ ମୃତଶରୀରକୁ ଏକ ସ୍କୁଲର ପାଇଖାନା ସେଫଟି ଟ୍ୟାଙ୍କରେ ପକାଇଥିଲେ ଅଭିଯୁକ୍ତ । ବିଦ୍ୟାଳୟ କତ୍ତୃପକ୍ଷ ସେଫଟି ଟ୍ୟାଙ୍କ ନିକଟରେ ରକ୍ତ ଛିଟା ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ମୃତ ଶରୀର ଉଦ୍ଧାର କରିବା ପରେ ପିଡିତାଙ୍କ ମାମୁ ମୃତଦେହ କୁ ଚିହ୍ନଟ କରିଥିଲେ । ଏନେଇ ପିଡିତାଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା ।ଅଭିଯୋଗକୁ ଭିତ୍ତି କରି ପୋଲିସ ବହୁ ଖୋଜାଖୋଜି ପରେ ଅଭିଯୁକ୍ତ ନବ କିଶୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା । ଆଜି ଏହି ମାମଲାର ଶୁଣାଣି କରିଛନ୍ତି ଆଡ଼ହକ ପୋକ୍ସୋ ଅଦାଲତ । ୪୦ ଜଣଙ୍କ ସାକ୍ଷ ପ୍ରମାଣକୁ ଗ୍ରହଣ କରି ଅଭିଯୁକ୍ତ ନବ କିଶୋର ଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି ।
ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ଆଜୀବନ ଜେଲ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...