The Ultimate Managed Hosting Platform
ADVERTISEMENT

ଖଣି ଚୋରି ଘଟଣାର ଦୃଢ କାର୍ଯ୍ୟାନୁଷ୍ଠାନ ହେବ –ଖଣି ମନ୍ତ୍ରୀ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡ ଖଣି ଚୋରି ଘଟଣା । ମନ୍ତ୍ରୀ ବିଭୂତି ଜେନାଙ୍କ ବଡ ବୟାନ । ଖଣି ମାଫିଆଙ୍କ ବିରୋଧରେ ଦୃଢ କାର୍ଯ୍ୟା ନୁଷ୍ଠାନ ହେବ । ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ କଡ ନିଦେ୍ର୍ଦଶ ଦେଇଛନ୍ତି । ସୁନ୍ଦରଗଡ ଖଣି ଦୁର୍ନୀତିର ଭଇଜିଲାନ୍ସ ତଦନ୍ତ କରାଯିବ । ଏଥିପାଇଁ ଭିଜିଲାନ୍ସ ପକ୍ଷରୁ ଏକ ଏସ୍ ଆଇଟି ଗଠନ କରାଯାଇଛି। ଉସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ବିଭାଗୀୟ ଅଧିକାରୀଙ୍କ ସହ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତ କରିଥିଲେ । ଦୋଷୀ ଯିଏ ବି ହେଉ ନା କାହିଁକି ସମସ୍ତଙ୍କୁ ଖୋଜି ବାହାର କରାଯିବ । ଆଇନ ଅନୁସାରେ କଡ଼ା କାର୍ୟ୍ୟାନୁଷ୍ଠାନ ହେବ ବୋଲି ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଜେନା କହିଛନ୍ତି । ବେଆଇନ ଖଣି ଉତ୍ତୋଳନ ଖଣି ଓ ଖଣିଜ ପଦାର୍ଥର ବିକାଶ ଓ ନିୟନ୍ତ୍ରଣ ନିୟମ ଖିଲାପ କରୁଥିବାରୁ ମାଫିଆଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିମନ୍ତେ ତଦନ୍ତ ପ୍ରକ୍ରିୟାକୁ ଅଧିକ କ୍ରିୟାଶୀଳ କରିବାପାଇଁ ଭିଜିଲାନ୍ସ କୁ ନିର୍ଦ୍ଦେଶ ଦିଆଯାଇଛି । ଖୁବ ଶୀଘ୍ର ଲଘୁ ଖଣିଜ ପରିଚାଳନା ନୀତି ଆସିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login