ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ । କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଜୁନ ୧ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କକତା । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜିଠାରୁ ୩୦ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିଛି । ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ପାଇଁ ଆଜି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Views: 33