ଚନ୍ନାଇ: ବାୟୁ ସେନାର ଏମ୍ ଆଇ-୧୭ ଭି୫ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରୁ ସିଡିଏସ୍ ବିପିନ୍ ରାୱତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ୱେଲିଂଟନ୍ ଏୟାରବେସ୍ ହସ୍ପିଟଶଲ୍ରେ ଭର୍ତ୍ତି କରାଯାଇଛି । ସିଡିଏସ୍ ବିପିନ୍ ରାୱତ, ତାଙ୍କ ପତ୍ନୀ ଓ ଷ୍ଟାଫଙ୍କୁ ମିଶାଇ ମୋଟ ୧୪ ଜଣ ଯାତ୍ରୀଙ୍କୁ ନେଇ ହେଲିକପ୍ଟରଟି ଯାତ୍ରା କରୁଥିବା ବେଳେ, ତାମିଲନାଡ଼ୁର କୁନୁର ଠାରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ସ୍ଥଳରୁ ୪ ଜଣଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ବେଳେ, ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଛି ।
ଦୁର୍ଘଟଣାର ଖବର ପାଇ ବରିଷ୍ଠ ସେନା ଅଧୀକାରୀମାନେ ଘଟଣା ସ୍ଥଳରେ ପହଞ୍ଚିଥିଲେ । ବର୍ତ୍ତମାନ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ତେବେ କେଉଁ କାରଣରୁ ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଛି ତାହାର ତଦନ୍ତ କରିବା ପାଇଁ ଭାରତୀୟ ବାୟୁସେନା ନିର୍ଦ୍ଦେଶ ଦେଇଛି ।
ସୁଚନାନୁଯାୟୀ, ହେଲିକପ୍ଟରରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ, ଏସଏମ. ଭିଏସଏମ, ହରଜିନ୍ଦର ସିଂ, ଏନ.କେ ଗୁରୁସ୍ୱେକା ସିଂ, ଏନ.କେ ଜିତେନ୍ଦ୍ର କୁମାର, ଏଲ.ଏନକେ ବିବେକ କୁମାର,ଏଲ.ଏନକେ.ବି ସାଇ ତେଜା, ଓ ଏଚଏଭି ସତପାଲ ସାମିଲ ଥିଲେ ।
ସିଡିଏସ ବିପିନ ରାୱତ ନିଜ ପତ୍ନୀଙ୍କ ସହ ୱିଲିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ । ୱିଲିଂଟନ ଠାରେ ଆର୍ମ ଫୋର୍ସର ଏକ କଲେଜ ରହିଛି । ସେଠାରେ ସିଡିଏସ ବିପିନ ରାୱତ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ସେଠାରୁ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିବା ବାଟରେ କୁନୁର ଠାରେ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଛି ।