The Ultimate Managed Hosting Platform
ADVERTISEMENT

ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଅନୁଦାନ

Facebook
Twitter
LinkedIn

ଭୁବନେଶ୍ୱର : ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି। ଲୋକଙ୍କ ସରକାରରେ ମହନୀୟ ହେବ ଲୋକ ପରମ୍ପରା, ଗରିମାମୟ ହେବ ଓଡ଼ିଆ ଅସ୍ମିତା। ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ସହର ଚଳଚଞ୍ଚଳ ହୋଇଉଠିଛି। ସର୍ବପୁରାତନ ନନ୍ଦପଡ଼ା ଯାତ୍ରା କମିଟି ତରଫରୁ ବଂବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ପତରପେଣ୍ଡି ପାରମ୍ପରିକ ରୀତିନୀତି ଅନୁଯାୟୀ ସଂପନ୍ନ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login