କଟକ : ଆଜିଠୁ ଯୁକ୍ତ ଦୁଇ ପରୀକ୍ଷାର ଉତ୍ତରଖାତା ରିଚେକିଂ ଆବେଦନ ଆରମ୍ଭ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଉତ୍ତରଖାତା ପୁନଃ ଯାଞ୍ଚ ବା ରିଚେକିଂ ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଜୁନ୍ ୧୩ ତାରିଖ ପର୍ୟ୍ୟନ୍ତ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ । ଉତ୍ତରଖାତା ପାଇବାକୁ ଆବେଦନ କରିଥିବା ପରୀକ୍ଷାର୍ଥୀଙ୍କୁ ଜୁନ୍ ୫ରୁ ୧୮ ତାରିଖ ପର୍ୟ୍ୟନ୍ତ ଖାତା ପ୍ରଦାନ କରାଯିବ । ଜୁନ୍ ମାସରୁ ଯୁକ୍ତ ୨ ଖାତା ପୁନଃ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ । ଉତ୍ତର ଖାତାଗୁଡ଼ିକ ମୂଲ୍ୟାୟନ ପାଇଁ ପରିଷଦ ପକ୍ଷରୁ ଅଧ୍ୟାପକଙ୍କ ତାଲିକା ପ୍ରସ୍ତୁତ ହେଉଛି । ଜୁଲାଇ ୧୫ ସୁଦ୍ଧା ଇନଷ୍ଟାଣ୍ଟ ପରୀକ୍ଷା ଫଳ ସହ ଯୁକ୍ତ ୨ ପୁନଃ ମୂଲ୍ୟାୟନ ଫଳ ପ୍ରକାଶ ଲକ୍ଷ୍ୟ ରହିଛି ।
Views: 92











