The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମୋଷ୍ଟ ୱାଣ୍ଟେଡ ମାଓବାଦୀ ନିହତ

Facebook
Twitter
LinkedIn

ମାଲକାନଗିରି : ମୋଷ୍ଟ ୱାଣ୍ଟେଡ ହାର୍ଡକୋର ମାଓବାଦୀ ନିହତ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ମାଓନେତା ଭାସ୍କର । ଛତିଶଗଡ ବିଜାପୁର ଜିଲ୍ଲାରେ ମାଓ ଏନକାଉଣ୍ଟର । ଗୋଟିଏ ବନ୍ଧୁକ ସହ ବିପୁଳ ମାଓ ସାମଗ୍ରୀ ଜବତ । ଗତ କାଲି ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ହୋଇଥିବା ଏନକାଉଣ୍ଟରରେ ଆଉ ଜଣେ ଦୁର୍ଦାନ୍ତ ନକ୍ସଲ ମୃତ୍ୟୁବରଣ କରିଛି। ପ୍ରକାଶ ଥାଉକି ଦୁଇ ଦିନ ତଳେ କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକରର ମୃତ୍ୟୁ ହୋଇଥିବା ବେଳେ ଗତକାଲି ଏନକାଉଣ୍ଟରରେ ଆଉ ଜଣେ ଆଗଧାଡ଼ିର ନକ୍ସଲ ଭାସ୍କରର ମୃତ୍ୟୁ ହୋଇଛି। ଭାସ୍କର ନାମରେ ସରକାର ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଭାସ୍କର ନିକଟରେ ଏକ ଏକେ-୪୭ ବନ୍ଧୁକ ଜବତ କରିଛି ପୁଲିସ। ପୁଲିସର କହିବା ଅନୁଯାୟୀ ମୁଣ୍ଡଗୁଲା ଭାସ୍କର ରାଓ ଅରଫ ମଇଲାରାପୁ ତେଲେଙ୍ଗାନା ଜିଲ୍ଲାର ଆଦିଲାବାଦ ଜିଲ୍ଲାର ଉରୁମାଦଲା ଗ୍ରାମର ବାସିନ୍ଦା। ସେ ତେଲେଙ୍ଗାନା ଷ୍ଟେଟ କମିଟିର ସ୍ବତନ୍ତ୍ର ଜୋନାଲ କମିଟର ସଦସ୍ୟ ରହିଥିଲା। ଏଥିସହ ତେଲେଙ୍ଗାନା ରାଜ୍ୟ ସମିତିର ମଞ୍ଚେରିୟଲ କୋମରା ଭୀମ ସଂଗଠନର ସଚିବ ମଧ୍ୟ ରହିଥିଲା। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login