The Ultimate Managed Hosting Platform
ADVERTISEMENT

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା , ସ୍ନାନ ବେଦୀରେ ଶ୍ରୀଜିଉ

Facebook
Twitter
LinkedIn

ପୁରୀ : ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ । ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।ସେପଟେ ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ । ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର । ଜ୍ବରରୁ ଭଲ ହେଲା ପରେ ଭାଇଭଉଣୀଙ୍କୁ ସାଥିରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରି ଆସିବେ କାଳିଆ ସାଆନ୍ତେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login