ଉମରକୋଟ (ବିଶ୍ୱଜିତ ମଲ୍ଲିକ): ଆଜି ଉମରକୋଟ ବ୍ଳକ ସଭାଗୃହ ଠାରେ ବ୍ଳକ ଓ ପୌର ପରିଷଦରର ମିଳିତ ଆନୁକୁଲ୍ୟରେ ଟେବୁଲ ଟପ ଏକ୍ସରସାଇଜ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉମରକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଜିପିଓ ପାଣ୍ଡିଆ ପାପୁଲୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ କିଭଳି ପରିସ୍ଥିତିର ମୁକାବିଲା କରାଯିବ, ଗର୍ଭବତୀ ଏବଂ ଶିଶୁଙ୍କୁ କିଭଳି ସୁରକ୍ଷିତ ସ୍ଥାନକୁ ନେଇ ସେମାନଙ୍କର ସଠିକ ଯତ୍ନ ନିଆଯାଇ ପାରିବ ସେନେଇ ବିସ୍ତୃତ ଆଲୋଚନା ହୋଇଥିଲା।ଏହି କାର୍ୟ୍ୟକ୍ରମ ରେ ତହସିଲଦାର ମେଘବାନ ବାଗ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଙ୍କେତ ନାୟକ , ଜିଲ୍ଲା ପଞ୍ଚାୟତ ଅଧିକାରୀ, ପୈାର ପରିଷଦ ପକ୍ଷରୁ ଡମ୍ବରୁଧର ମାଝୀ,ଓ ସମସ୍ତ ସରକାରୀ ବିଭାଗର ଅଧିକାରୀମାନେ ଓ ଉମରକୋଟ ପୈାର ପରିଷଦ ବାତ୍ୟା ଆଶ୍ରୟସ୍ଥଳୀ ର ସମ୍ପାଦକ କୁନାସାହୁପ୍ରମୁଖ ଉପସ୍ଥିତ ଥିଲେ।ଶେଷରେ ଜିପିଓ ପାଣ୍ଡିଆ ପାପୁଲୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଉମରକୋଟ ଠାରେ ବ୍ଳକ ଓ ପୌର ପରିଷଦର ମିଳିତ ଆନୁକୁଲ୍ୟରେ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ

Facebook
Twitter
LinkedIn
Facebook
Twitter
LinkedIn
Recent News
ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି
ଭୁବନେଶ୍ୱର : ଦାୟିତ୍ବ ଗ୍ରହଣ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ...
ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ
ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ।...
“ଆତ୍ମହତ୍ୟା” କଥା ଶୁଣି ତାଗିଦ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : "ଆତ୍ମହତ୍ୟା" କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ । ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ତାଗିଦ...
ହୋଟେଲ ରୁମରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର : ହୋଟେଲ ରୁମରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ସ୍ଥିତ ତମାଣ୍ଡୋର ଏକ ହୋଟେଲ ରୁମରୁ ଉଦ୍ଧାର ହୋଇଛି । ଷ୍ଟକ ମାର୍କେଟରେ କ୍ଷତି...