The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସୁସ୍ଥ ହେଉଛନ୍ତି ମହାପ୍ରଭୁ , ଚକା ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

Facebook
Twitter
LinkedIn

ପୁରୀ : ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଅଣସର ଘରେ ଶ୍ରୀଜିଉଙ୍କ ଚାଲିଛି ଗୁପ୍ତ ସେବା । ଆଜି ଚକାବିଜେ କରିବେ ଶ୍ରୀଜିଉ । ଦେବସ୍ନାନପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଥିବା ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ଆଜି ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ । ଆଜି ଅନବସର ଦଶମୀ ତିଥିରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅର୍ଥାତ ଆସନ୍ତାକାଲି ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ । ବିଶ୍ୱାସ ରହିଛି ଦଶମୂଳ ମୋଦକ ସେବନ ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥାନ୍ତି । ସେପଟେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାମ । ତିନି ରଥରେ ୧୩ ପରସ୍ତ ପୋଟଳ ସେଟିଂ ସରି ଦୁଇଟି ଲେଖାଏଁ ଦୁଆର ବେଢ଼ା ନିର୍ମାଣ କାର୍ୟ୍ୟ ମଧ୍ୟ ସମ୍ପନ୍ନ ହୋଇଛି । ରୂପକାର ସେବକ ମାନେ ଖୋଦେଇ କରୁଥିବା ବେଳେ ଚିତ୍ରକର ସେବକ ରଥର ବାହ୍ୟ ଅଂଶ ଗୁଡ଼ିକରେ ରଙ୍ଗ ଦେଉଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ ପାଖରେ ନାହିଁ ଭୁବନେଶ୍ୱର ମେଟ୍ରାେ ପ୍ରକଳ୍ପ ପ୍ରସ୍ତାବ । ସଂସଦରେ ମନ୍ତ୍ରୀ ରଖିଥିବା ତଥ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ନାଁ ନାହିଁ...

ADVERTISEMENT