ପୁରୀ : ଭାବର ଠାକୁର ସେ । ଭକତର ଆଖିର ଧାରା । ଧରାପୃଷ୍ଠକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ । ମନପୁରି ଦେଖିବେ ବୋଲି ଭକ୍ତର । ବଡଦାଣ୍ଡରେ ଆଜି ଲକ୍ଷ ଲକ୍ଷ ଭକ୍ତ । ଭକ୍ତ ଓ ଭଗବାନଙ୍କର ଆଜି ହେବ ମିଳନ । ଆଜି ହେଉଛି ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇବେ ଶ୍ରୀଜୀଉ । ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ଯିବେ କାଳିଆ ସାଆନ୍ତେ । ଦୁଲୁକୁଛି ବଡଦାଣ୍ଡ, ଲୋକାରଣ୍ୟ ହେବାରେ ଲାଗିଛି ଶ୍ରୀକ୍ଷେତ୍ର । ଦେଶ ବିଦେଶର କୋଣ ଅନୁକୋଣରୁ ଲକ୍ଷ ଲକ୍ଷ ଭକ୍ତଙ୍କ ଶ୍ରୀକ୍ଷେତ୍ରରୁ ସୁଅ ଛୁଟୁଛି । ରଥ ଉପରେ ଚକାଆଖିଆକୁ ଆଖି ପୁରାଇ ଦର୍ଶନ କରିବା ପାଇଁ ସମସ୍ତେ ଚାହିଁ ବସିଛନ୍ତି । ରକ୍ଷା ବ୍ୟବସ୍ଥା ରଥଯାତ୍ରା ପାଇଁ ଆଜି ପୁରୀରରେ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହେବ । ଟ୍ରାଫିକ ପରିଚାଳନା ବିଶେଷକରି ପାର୍କିଂ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ ହେବ । ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଜଳ, ସ୍ଥଳ ଓ ଆକାଶ, ତିନି ପଥରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରଥଯାତ୍ରାରେ ମୁତୟନ ହେବେ ୧୦ହଜାରରୁ ଅଧିକ ସୁରକ୍ଷାକର୍ମୀ ।
ଆଜି ପବିତ୍ର ଘୋଷଯାତ୍ରା ; ଭକ୍ତଙ୍କ ଗହଣରେ ମହାବାହୁ , ଦେବେ ଦର୍ଶନ
Facebook
Twitter
LinkedIn
Facebook
Twitter
LinkedIn
Recent News
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି
ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...
୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ
ଭୁବନେଶ୍ୱର : ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା...
ରାସ୍ତା ମଝିରେ ଜଳିଗଲା ହାଇୱା
ଘଟଗାଁ : ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା...
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...











