ପୁରୀ : ଆଜି ସକାଳ ୯ଟା ୩୦ରେ ପୁଣି ରଥ ଟଣା ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା ରହିଛି । ମହାପ୍ରଭୁଙ୍କ ରଥକୁ ଟାଣି ନେଇଛନ୍ତି ଭକ୍ତ । ଶରଧାବାଲିରେ ପହଂଚିଛି ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଜ୍ଝ ଆଉ ନନ୍ଦିଘୋଷ ରଥ ଏବେ ପହଂଚିଥିବାବେଳେ ପୂର୍ବରୁ ଗୁଣ୍ଡିଚା ମନ୍ଦିର ଆଗରେ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଂଚିଥିଲେ ଜ୍ଝ ଘଣ୍ଟ, ହୁଳହୁଳି ଓ ହରିବୋଲ ଶବ୍ଦରେ ଲକ୍ଷାଧିକ ଶ୍ରଦ୍ଧାଳୁ ରଥକୁ ଟାଣି ଟାଣି ମାଉସୀ ମା ମନ୍ଦିର ଯାଏଁ ନେଇଯାଇଥିଲେ ଜ୍ଝ ଉଲ୍ଲେଖ ଥାଉ କି ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା।ରଥ କର୍ଡନ୍ ଖାଲି କରାଯାଇପାରିଲା ନାହିଁ ଓ ରଥ ସାମନାରେ ହଜାର ହଜାର ଲୋକଙ୍କ ଭିଡ଼ ସ୍ଥିତିକୁ ଆହୁରି ଜଟିଳ କରିଦେଇଥିଲା। ସେହିପରି ସିଂହଦ୍ବାରରେ ଅଟକିଯାଇଥିଲା ମହାବାହୁଙ୍କ ରଥ। ବିଧିରକ୍ଷା ପାଇଁ ସନ୍ଧ୍ୟା ୭ଟା ୪୫ ମିନିଟ୍ରେ ରଥ ଟଣାଗଲା। ଚକେ ଗଡ଼ିଛି, ଆଉ ବନ୍ଦ ହୋଇଥିଲା ରଥଟଣା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଘୋଷଣା କରିଥିଲେ ଯେ ଶନିବାର ସକାଳ ସାଢ଼େ ୯ଟାରେ ରଥ ଟଣାଯିବ। ଆଉ ସେହି ଘୋଷଣା ମୁତାବକ ଆଜି ସକାଳେ ରଥଟଣା ଆରମ୍ଭ ହୋଇଥିଲା ଜ୍ଝ ଆଉ ଏବେ ଶରଧାବାଲିରେ ତିନି ରଥ ପହଞ୍ଚିସାରିଛନ୍ତି ଜ୍ଝ
ଆଜି ପୁଣି ରଥଟଣା, ଶରଧାବାଲିରେ ପହଁଚିଛି ୩ ରଥ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











