ଗଞ୍ଜାମ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା । ଏକକାଳୀନ ୭ ଟି ସ୍ଥାନରେ ଚାଲିଛି ଚଢ଼ାଉ । ବ୍ରହ୍ମପୁର ରାମହରି ନଗରରେ ଥିବା ସୁଶୀଲଙ୍କ ବାସଭବନ, ପୁରୁଷୋତ୍ତମପୁର ବେଢ ଗାଁରେ ଥିବା ତାଙ୍କର ପୈତୃକ ଘର ସହ ଗଞ୍ଜାମ ବ୍ଲକ କାର୍ୟ୍ୟାଳୟରେ ଏକକାଳୀନ ଭାବେ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏହି ଚଢ଼ାଉରେ ୬ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ଭିଜିଲାନ୍ସ ଚଢ଼ାଉ ସମୟରେ ଲକ୍ଷାଧିକ ନଗଦ ଟଙ୍କା ସହ କିଛି ସୁନା ଅଳଙ୍କାର ଜବତ କରିଛି ଭିଜିଲାନ୍ସ ।
Views: 17