The Ultimate Managed Hosting Platform
ADVERTISEMENT

ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା , କହିଲେ ଅବହେଳା ଅକ୍ଷମଣୀୟ

Facebook
Twitter
LinkedIn

ପୁରୀ : ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ଅବହେଳା ଅକ୍ଷମଣୀୟ କହିଲେ ମୁଖ୍ୟମନ୍ତ୍ରୀ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ । ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିଦେ୍ର୍ଦଶ ଦେଇଛି । ମୁଁ ଏବଂ ମୋ ସରକାର ଜଗନ୍ନାଥପ୍ରେମୀଙ୍କ ନିକଟରେ ପ୍ରାର୍ଥନା କରୁଛୁ । ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛୁ । ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବା ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛୁ ।
ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେ ଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ହସ୍ପିଟାଲରେ ପ୍ରାଣ ହରାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login