The Ultimate Managed Hosting Platform
ADVERTISEMENT

ହଷ୍ଟେଲ୍ ଆଗରେ ଦାମୀ ଗାଡି ପୋଡିଦେଲେ ଦୁର୍ବୃତ୍ତ: ପୁଣି ଅଶାନ୍ତ ବାଣୀବିହାର କ୍ୟାମ୍ପସ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଅଶାନ୍ତ ହେଲା ବାଣୀ ବିହାର କ୍ୟାମ୍ପସ୍। କ୍ୟାମ୍ପସ୍ରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଏହାପରେ ଗାଡି ପୋଡିଦେଲେ ଦୁର୍ବୁତ୍ତ । ଗାଡ଼ି ପୋଡ଼ାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପିଲାଙ୍କୁ ବୁଝାସୁଝା କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ବାଣୀ ବିହାର କ୍ୟାମ୍ପସରେ ଭିତରେ ୨ ଛାତ୍ର ଗୋଷ୍ଠୀ ମଧ୍ୟରେ ଗାଡି ପାର୍କିଂକୁ ନେଇ ବିବାଦ ଦେଖାଦେଇଥିଲା । ଏହାପରେ କିଛି ଦୁର୍ବୁତ୍ତ ହଷ୍ଟେଲ୍ ଆଗରେ ଥିବା ଦାମୀ ବାଇକ୍ ଓ ସ୍କୁଟିରେ ନିଆଁ ଲଗାଇ ଦେଇଥିଲା । ଯାହାଫଳରେ ଦାମୀ ଗାଡିଗୁଡିକ ପୋଡିଯାଇଛି । ତେବେ ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ପରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି। ପୋଲିସ ପହଞ୍ଚି ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login