ଭୁବନେଶ୍ୱର : ଜଗା ପ୍ରଦାନ ଗିରଫ ପରେ ଆନେ୍ଦାଳନରୁ ହଟିଲା ଓଏଏସ ସଂଘ । ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ । ସୂଚନା ଦେଲେ ଓଏଏସ ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ । ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା । ରାଜ୍ୟ ସରକାରଙ୍କ ଉପରେ ଭରସା ଥିଲା ବୋଲି ସଂଘ କହିଛି । ସୂଚନାଯୋଗ୍ୟ, ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ୟ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା । ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରିଛି ।
ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବାବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି । ସେପଟେ ଏହି ଘଟଣାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଥିବାବେଳେ । ଓଏଏସ ସଂଘ ଏହାର ପ୍ରତିବାଦରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା । ଆଉ କାର୍ୟ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲା ।
ଓଏଏସ ସଂଘ ଆନେ୍ଦାଳନ ପ୍ରତ୍ୟାହୃତ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି
ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...
ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...
ବଜ୍ରାଘାତରେ ଚାଲିଗଲା ୨ ଚାଷୀଙ୍କ ଜୀବନ
ଚାନ୍ଦବାଲି : ବଜ୍ରାଘାତ ଘଟି ଦୁଇ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।...
ରାଜ୍ୟ ସଭାପତି ପାଇଁ ନାମାଙ୍କନ ଭରିଲେ ମନମୋହନ
ଭୁବନେଶ୍ୱର : ରାଜ୍ୟ ସଭାପତି ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । ତେବେ ନିର୍ଦ୍ଧାରିତ ସମୟରେ ଆଉ କେହି ନାମାଙ୍କନ ଭରି ନଥିବାରୁ ମନମୋହନ ଏକମାତ୍ର...