ରାୟଗଡା : ଖୋଲିଲା ମଝି ଘରିଆଣୀ ମନ୍ଦିରଦାନ ହୁଣ୍ଡି । ୬ ମାସ ପରେ ଖୋଲାହେଲା । ଦେବୋତ୍ତର ବିଭାଗ, ସ୍ଥାନୀୟ ତହସିଲଦାର, ଆରଆଇ, ମନ୍ଦିର ପରିଚାଳନା କମିଟି ସହ ପୋଲିସଙ୍କ ତତ୍ବାବଧାନରେ ଖୋଲାଯାଇଛି । ପୋଲିସର କଡା ସୁରକ୍ଷା ବଳୟ ମଧ୍ୟରେ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତା ଉପସ୍ଥିତିରେ ୯ଟି ଦାନ ହୁଣ୍ଡି ଆଜି ସକାଳ ୯ ଘଟିକା ସମୟରୁ ଖୋଲାଯାଇ ଗଣତି ଚାଲିଛି । ଏଥିରେ ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ କର୍ମକର୍ତ୍ତା ଗଣତି ପ୍ରକ୍ରିୟାରେ ନିୟୋଜିତ ଅଛନ୍ତି। ଚଳିତ ଥର ୯୦ ଲକ୍ଷରୁ ୧ କୋଟି ଟଙ୍କା ମିଳିବ ବୋଲି ଆଶା ରଖିଛି ମନ୍ଦିର କମିଟି । ଗତ ୬ ମାସ ତଳେ ଅର୍ଥାତ ଜାନୁଆରୀ ୨୭ ତାରିଖ ଦିନ ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା, ୯୩ ଗ୍ରାମ ସୁନା, ୨ କେଜି ୧୭୦ ଗ୍ରାମ ଓଜନର ରୁପା ସହ ୭ଟି ବିଦେଶୀ ମୁଦ୍ରା ମିଳିଥିଲା । ଆଜି ହୁଣ୍ଡିରୁ ମିଳିବା ଅର୍ଥକୁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ଜମା କରାଯିବ । ଏହି ଅର୍ଥରୁ ମିଳୁଥିବା ସୁଧରେ ମନ୍ଦିରର ପାରିପାର୍ଶ୍ବିକ ଉନ୍ନତି ସହ ମନ୍ଦିରକୁ ଆସୁଥିବା ଭକ୍ତଙ୍କ ସୁବିଧା ପାଇଁ ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ମନ୍ଦିର ପରିଚାଳନା କମିଟିର ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ।
ଖୋଲିଲା ମଝି ଘରିଆଣୀ ମନ୍ଦିରଦାନ ହୁଣ୍ଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











