ଭୁବନେଶ୍ୱର : ଓଡିଶାରେ ଯାହାବି କିଛି ପ୍ରତିଷ୍ଠା ହୋଇଛି ଧନୀଙ୍କ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନଷ୍ଟିଚ୍ୟୁଟ ଅଫ ଫିଜିକ୍ସ କଂଗ୍ରେସ କରିଛି । ଭୁବନେଶ୍ୱରକୁ ରାଜଧାନୀ କରିଥିଲେ ରାହୁଲ । ବିଜେପିର ଅବଦାନ ଜିରୋ , ଏମାନେ ଏଠାରେ କିଛି କାମ କରି ନାହାନ୍ତି । କିଛି କାମ ନ କରି କେବଳ ଶ୍ରେୟ ନେବାକୁ ଚେଷ୍ଟା କରୁଛନ୍ତି । କିଛି କରିନାହାନ୍ତି କେବଳ ବିକ୍ରି କରିବାରେ ଲାଗି ପଡିଛନ୍ତି । ଡବଲ ଇଞ୍ଜିନ ସରକାର ଗରିବଙ୍କ ପାଇଁ ନୁହେଁ , କେବଳ ଧନୀଙ୍କ ପାଇଁ । ଦେଶର ସମ୍ବିଧାନଙ୍କୁ ସମାପ୍ତ କରିବା ମୋଦିଙ୍କ ଲକ୍ଷ୍ୟ । ଧର୍ମ ନାଁରେ ବିଭାଜନ ରାଜନୀତି କରୁଛି ବିଜେପି । ଭାରତ-ପାକିସ୍ତାନ ଯୁଦ୍ଧ ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ କଲେ । ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପ ୧୬ ଥର କହିଛନ୍ତି କିନ୍ତୁ ମୋଦି ଥରୁଟିଏ ବି ଏହା ବିରୁଦ୍ଧରେ କହିଲେନି । ରାହୁଲ ମଣିପୁର ଗଲେ , ମୋଦି କାହିକି ଗଲେନି । ବିଦେଶ ବୁଲୁଛନ୍ତି , କିନ୍ତୁ କାହିଁକି ମଣିପୁର ଯାଉ ନାହାନ୍ତି । ସେହିପରି ରାହୁଲ କହିଛନ୍ତି ଯେ ଓଡ଼ିଶାରେ ୪୦ ହଜାରରୁ ଊର୍ଦ୍ଧ୍ବ ମହିଳା ଗାଏବ ହୋଇଛନ୍ତି, ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି ଜ୍ଝ ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ପାଲଟିଛନ୍ତି ଜ୍ଝ ସେହିପରି ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ଯେ ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା, ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି । ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି ।
“ଡବଲ ଇଞ୍ଜିନ ସରକାର ଧନୀଙ୍କ ପାଇଁ” : ରାହୁଲ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...