ଭୁବନେଶ୍ୱର : ଭୁବନେଶ୍ବରରେ ପହଞ୍ଚିଲେ ବିଜେଡି ମୁଖିଆ ନବୀନ ପଟ୍ଟନାୟକ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଫେରିଲେ । ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା । ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଭୁବନେଶ୍ୱର ଫେରିଛନ୍ତି ।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୨୨ ତାରିଖରେ ମୁମ୍ବାଇ ଯାଇଥିଲେ । ସର୍ଭାଇକାଲ ଆର୍ଥ୍ରାଇଟ୍ସ ଚିକିତ୍ସା ପାଇଁ ବିଜେଡି ମୁଖିଆ ମୁମ୍ବାଇ ଯାଇଥିଲେ । ତାଙ୍କ ଅନୁପସ୍ଥିତିରେ ଦଳ କେମିତି ଠିକ ଭାବେ ଚାଲିବ ସେନେଇ ବନ୍ଦୋବସ୍ତ ବି କରିଥିଲେ ।
Views: 118











