ଭୁବନେଶ୍ୱର : ମୃତ ସୈାମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ଦିଂବଗତ ଆତ୍ମାର ସଦଗତି ପାଇଁ ପାର୍ଥନା କରିଛନ୍ତି । ଏହାସହ ଘଟଣାର ଉପଯୁକ୍ତ ତଦନ୍ତ କରି ସମସ୍ତ ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ବିଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ସେହିପରି ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଦୋଷୀକୁ କଠୋର ଦଣ୍ଡ ମିଳିବ । ଆଶା କରିଥିଲୁ ଝିଅ ବଞ୍ଚିଯିବ ବୋଲି, କିନ୍ତୁ ସମ୍ଭବ ହେଲାନି । ଯେଉଁମାନେ ବି ଏହି ଘଟଣାରେ ସଂପୃକ୍ତ ଅଛନ୍ତି ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।
Views: 115











