ବଳଙ୍ଗା : ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାଙ୍କୁ ନିଆଁ ଲଗାଇଦେବା ଘଟଣା । ଦୋଷୀଙ୍କୁ ତୁରନ୍ତ ଗିରଫ ନିଦେ୍ର୍ଦଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ , ଝିଅ ଏମସ ସ୍ଥାନାନ୍ତର ହୋଇଛନ୍ତି ବୋଲି କହିଛନ୍ତି ପ୍ରଭାତୀ ପରିଡା । ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ ଆଜି ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କ ଶରୀରରେ ନିଆଁ ଲଗାଇଦେଇଥିଲେ ଦୁର୍ବୃତ୍ତ । ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।
Views: 34