ଭୁବନେଶ୍ୱର : ପିପିଲି ବଳଙ୍ଗାରେ ନାବାଳିକାଙ୍କୁ ନିଆଁ ଲଗାଇ ଦେବା ଘଟଣା । ଏମସରେ ଚିକିତ୍ସାଧୀନ ଛାତ୍ରୀଙ୍କୁ ଭେଟିଲା କଂଗ୍ରେସ ଟିମ । ସ୍ୱାସ୍ଥ୍ୟ ବସ୍ଥା ପଚାରି ବୁଝିଲେ , ପରିବାର ଲୋକଙ୍କ ସହ ଆଲୋଚନା କଲେ ।ନିମାପଡ଼ା ବ୍ଲକ୍ ଅନ୍ତର୍ଗତ ବଳଙ୍ଗାରେ ନିଆଁରେ ପୋଡ଼ି ହୋଇଥିବା ନାବାଳିକାଙ୍କୁ ଏମ୍ସର ବର୍ଣ୍ଣ ୟୁନିଟରେ ଭର୍ତ୍ତି କରାଯାଇଛି। ତାଙ୍କର ୭୦ ପ୍ରତିଶତ ଶରୀର ପୋଡ଼ିଯାଇଥିବା ନେଇ ଏମ୍ସ ପକ୍ଷରୁ କୁହାଯାଇଛି। ଏପଟେ ଘଟଣା ଘଟିଥିବା ସ୍ଥାନରେ ପୁରୀ ଏସପି ପିନାକ ମିଶ୍ରଙ୍କ ସହ ଉପଜିଲ୍ଲାପାଳ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପୁଲିସ ଡିଜି କହିଛନ୍ତି, ଅଭିଯୁକ୍ତମାନଙ୍କୁ ଶୀଘ୍ର ଧରାଯିବ। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା କରାଯାଇପାରିନି।
Views: 48