ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା । ଘନୀଭୂତ ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବା ଆଶଙ୍କା । ଲଘୁଚାପଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ଉତ୍ତର ଓଡିଶା ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ସମ୍ଭାବନା । ବାତ୍ୟା ୱିଫାର ଅବଶିଷ୍ଟାଂଶ ପ୍ରବେଶ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଭୁବନେଶ୍ୱର ଆଞ୍ଚଳିକ ପାଣି ପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଏହା ପ୍ରଭାବରେ ଆଜି ଓ କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ଆଜି ପାଇଁ କୋରାପୁଟ, ମୟୁରଭଞ୍ଜ, ନବରଙ୍ଗପୁର, ଗଜପତି, କେନ୍ଦୁଝର, ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଉପକୂଳ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ପବନ ସହ ବିଜୁଳି, ଘଡଘଡି ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝରରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ।
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











