The Ultimate Managed Hosting Platform
ADVERTISEMENT

ଅବପାତ ବର୍ଷାକୁ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ସତର୍କତା

Facebook
Twitter
LinkedIn

ଭୁବନେଶ୍ୱର : ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି । ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ ଏସଆରସି । ମୟୂରଭଞ୍ଜ, କେନ୍ଦୁଝରରେ ଭୀଷ ବର୍ଷା । ବରଗଡ, ଝାରସୁଗୁଡା. ସମ୍ବଲପୁର ,ଦେବଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅନୁଗୁଳ ଢେଙ୍କାନାଳ ଓ ସୁନ୍ଦରଗଡରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୨୮ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।
ଜୁଲାଇ ୨୬ ତାରିଖ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୨୭ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି-: ସୁନ୍ଦରଗଡ଼ । ତେବେ ସୁନ୍ଦରଗଡ଼ର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login