The Ultimate Managed Hosting Platform
ADVERTISEMENT

ଡବଲ୍ ମର୍ଡର : ମାଟି ତଳୁ ଶବ ଉଦ୍ଧାର !

Facebook
Twitter
LinkedIn

ବାରିପଦା : କୁଳିଅଣା ଥାନା ନୂଆଗାଁରେ ଡବଲ ମର୍ଡର । ମାଟି ତଳୁ ସ୍ତ୍ରୀ ଓ ଶାଶୁଙ୍କ ମୃତଦେହ ଉଦ୍ଧାର । ଗତ ୧୫ ତାରିଖରୁ ନିଖୋଜ ଥିଲେ ଉଭୟେ । ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା । ସୂଚନା ଅନୁସାରେ ଗତ ୧୫ ତାରିଖ ଦିନ ସୋନାଲି ଓ ସୁମତି ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ନୂଆଗାଁର ଦେବାଶିଷ ପାତ୍ରଙ୍କୁ ଦୁଇ ବର୍ଷ ପୂର୍ବରୁ ବିବାହ କରିଥିଲେ। ଦେବାଶିଷ ପୂର୍ବରୁ ମଧ୍ୟ ବିବାହିତ। ସେ ଜଣେ ସ୍ବାସ୍ଥ୍ୟ କର୍ମୀଙ୍କୁ ବିବାହ କରିଥିଲେ। ଦେବାଶିଷ ଓ ତାଙ୍କର ପ୍ରଥମ ସ୍ତ୍ରୀଙ୍କୁ ନେଇ କୋର୍ଟରେ ମାମଲା ଚାଲିଚି। ପାରିବାରିକ କଳହ ଅଥବା ଅନ୍ୟ କୌଣସି କାରଣ ପାଇଁ ନିଜ ଦେବାଶିଷ ନିଜ ସ୍ତ୍ରୀ ଓ ଶାଶୁଙ୍କୁ ଗତ ୧୯ ତାରିଖ ଦିନ ପଥରରେ ଛେଚି ହତ୍ୟା କରିଥିଲା। ପରେ ନିଜ ଘର ପଛପାର୍ଶ୍ବରେ ଥିବା ବଗିଚା ପଛପଟରେ ଦୁଇ ମୃତଦେହକୁ ପୋତି ଦେଇଥିଲା। ତେବେ କିଛି ଦିନ ଧରି ହତ୍ୟାକାରୀଙ୍କ ସ୍ତ୍ରୀ ନିଖୋଜ ଥିବାରୁ ଗ୍ରାମବାସୀ ସନ୍ଦେହ ହୋଇଥିଲା। କିଛି ଗ୍ରାମବାସୀ ଦେବାଶିଷଙ୍କ ଘରପଛରେ ଥିବା ବାଡ଼ିରେ ମାଟି ଚିହ୍ନ ଦେଖି ଅଧିକ ସନ୍ଦେହ କରିଥିଲେ। ଏଠାରେ ଗାତ ଖୋଳା ଯାଇଥିବାର ଦେଖି ସେମାନେ ଅଧିକ ସନ୍ଦେହ କରିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login