ବିନିକା : ପାଣି ଓ ସାପ ଭୟ ପାଇଁ ଦିନକ ଲାଗି ସ୍କୁଲ ଛୁଟି ଘୋଷଣା । ମହାଦେବପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଦିନକ ପାଇଁ ଛୁଟି ଘୋଷଣା । ସ୍କୁଲରେ ପଶିଛି କେନାଲ ପାଣି , ସାପ ମଧ୍ୟ ଥିବା ଜିଲ୍ଲାପାଳଙ୍କ ସୂଚନା ।
ଅନ୍ୟପଟେ ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତରଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Views: 25