ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବଙ୍କ ଚିଠି । ମହାନଦୀ ଜଳ ବିବାଦ ନେଇ ପ୍ରତିଉତ୍ତର ରଖି ଲେଖିଲେ ଚିଠି ।ଆପୋସ ଆଲୋଚନାରେ ସମାଧାନ ନେଇ ମୁଖ୍ୟମନ୍ତ୍ରୀ ଲେଖିଥିଲେ । ଗତ ୨୫ରେ ଲେଖିଥିବା ଚିଠି ନେଇ ଛତିଶଗଡ ମୁଖ୍ୟମନ୍ତ୍ରୀ ସହମତି ଦେଲେ । ଏହା ବିଚାରଧୀନ ଅଛି ବୋଲି ଚିଠିରେ ସ୍ପଷ୍ଟ କଲେ । ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋସ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି।
ଅନ୍ୟପଟେ ଆଜି ମହାନଦୀ ଟ୍ରିବ୍ୟୁନାଲର ଶୁଣାଣି ଥିଲା । କିନ୍ତୁ ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଶୁଣାଣି ଘୁଞ୍ଚିଲା । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢ଼ିଛି ।
Views: 18